14 ଫେବୃଆରି 2021 ରବିବାର, ଆଜିର ରାଶିଫଳ- ଆଜି ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ ସୂର୍ଯ୍ୟଦେବ, ସବୁ କାମ ରେ ଖୁସି ମିଳିବ

୧-ମେଷ

ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୨-ବୃଷ

ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ଗୃହୋପକରଣ କ୍ରୟ କରିବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୩-ମିଥୁନ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ସନ୍ତାନର ସୁ ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୪-କର୍କଟ

ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

୫-ସିଂହ

ଆଇନ ଅଦାଲତରେ ଜୟଯୁକ୍ତ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କଲେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଉପରିସ୍ଥ କର୍ମକର୍ତ୍ତା ଆପଣଙ୍କର ସହଯୋଗ ଲୋଡିବେ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ମହିଳାମାନେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କରଜ ଭାରରୁ ମୁକ୍ତି ମିଳିବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୬-କନ୍ୟା

କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ ।

୭-ତୁଳା

ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୮-ବିଚ୍ଛା

ମହିଳାମାନେ ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଦାମ୍ପତ୍ୟ ସମସ୍ୟା ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୯-ଧନୁ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ଫଳରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ବିଦ୍ୟାର୍ଥୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ମହିଳାମାନଙ୍କର ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତିରେ ଲୋକ ସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ଦୂର ସ୍ଥାନକୁ ଯାତ୍ରା ନକରିବା ଉଚିତ୍ । ଘରୋଇ କର୍ମଚାରୀମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳି ପାଦୁକ ପାନ କରନ୍ତୁ ।

୧୧-କୁମ୍ଭ

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ଘରୋଇ ଚାକିରି କ୍ଷେତ୍ରରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ ବରଂ ଉନ୍ନତି କରି ପାରିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ବ୍ୟବସାୟରେ ଲାଭ କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ଛାତ୍ର ଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *