15 ଫେବୃଆରି 2021 ସୋମବାର, ଆଜିର ରାଶିଫଳ- ଆଜି ଠାରୁ ମହାଦେବ ଏହି ୬ଟି ରାଶି ର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ ପାରନ୍ତି । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହୋଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

୨-ବୃଷ

ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୩-ମିଥୁନ

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଯୁବକ ଯୁବତୀ ମାନଙ୍କର ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରି ପାରନ୍ତି । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୫-ସିଂହ

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କାର୍ଯ୍ୟାଳୟରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆଗକୁ ବଢି ପାରିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୭-ତୁଳା

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହେବ । ନୂତନ କର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପ୍ରତିକାର-କୁକୁରକୁ କିଛି ଖୁଆନ୍ତୁ ।

୮-ବିଚ୍ଛା

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

୯-ଧନୁ

ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନାନା ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ ।

୧୧-କୁମ୍ଭ

ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା କଲ୍ପନା କରି ପାରନ୍ତି । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୧୨-ମୀନ

ପ୍ରେମକ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମ ନକରିବା ଉଚିତ୍ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *