16 ଫେବୃଆରି 2021 ମଙ୍ଗଳବାର, ଆଜିର ରାଶିଫଳ- ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ବ୍ୟବସାୟୀମାନେ ଘର ଅପେକ୍ଷା ବ୍ୟବସାୟକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସନ୍ତାନମାନେ ଉନ୍ନତି କରିବେ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନଙ୍କର ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଖୁସିର ବାତାବରଣ ସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ । ସନ୍ତାନମାନେ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ । ଋଣଭାରରୁ ମୁକ୍ତି ପାଇବେ । ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୫-ସିଂହ

ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ । ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ରାଜନୀତିକ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯାଇ ପାରେ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୭-ତୁଳା

ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ମହିଳାମାନେ ପିଲାଙ୍କ ଆଚରଣରେ ଖୁସି ରହିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୮-ବିଚ୍ଛା

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଏବଂ ଦୂରଯାତ୍ରାର ସୁଯୋଗ ପାଇବେ । ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୯-ଧନୁ

ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୧୦-ମକର

ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଅତ୍ୟଧିକ ଅର୍ଥ ଆୟ କରିବା ଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରମାଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଦୂର ଯାତ୍ରାରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୧-କୁମ୍ଭ

ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନୂତନ ଦ୍ରବ୍ୟ କ୍ରୟ ନକରିବା ଉଚିତ୍ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ । ଛାତ୍ରଛାତ୍ରୀମାନେ ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୧୨-ମୀନ

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *