17 ଫେବୃଆରି 2021 ବୁଧବାର, ଆଜିର ରାଶିଫଳ- ଗଣେଶଙ୍କ କୃପାରୁ ଏହି ୪ଟି ରାଶିର ଦିନଟି ବହୁତ ଭଲରେ କଟିବ

୧-ମେଷ

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୨-ବୃଷ

ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ ଓ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଦୂରସ୍ଥାନକୁ ଯାତ୍ରା କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୪-କର୍କଟ

ପୂର୍ବ ଯୋଜନା ଅନୁଯାୟୀ କାମକଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ । ପରିବାର ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ । ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୫-ସିଂହ

ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ । ପିତାମାତାଙ୍କପ୍ରତି ଆଦରଭାବ ଜାଗୃତ ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ । ପ୍ରଶାସନିକ ସ୍ତରରେ କାମରଚାପ ବୃଦ୍ଧିପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଓ ସମସ୍ତକାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୭-ତୁଳା

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ଓ ଖେଳରେ ପ୍ରଶଂସା ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, କିଛି ଅସୁବିଧା ହେବନାହିଁ । ଭାଗୀଦାର ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ପରିବର୍ତ୍ତନ ଆସିବ । ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କରଣ କ୍ରୟ ନକରିବା ଉଚିତ୍ । ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରିପାରିବେ । ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସଫଳତା କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୯-ଧନୁ

କର୍ମକ୍ଷେତ୍ରରେ ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୦-ମକର

କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ । କର୍ମକ୍ଷେତ୍ରରେ ବିଜୟ ଲାଭ ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ । ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ । ଦୂରଯାତ୍ରାରେ ସଫଳ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ବ୍ୟବସାୟରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ବିଦ୍ୟୁତ୍, ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୨-ମୀନ

ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ସକ୍ରିୟ ହେବେ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ଯୋଜନା କରିବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *