19 ଫେବୃଆରି 2021 ଶୁକ୍ରବାର, ଆଜିର ରାଶିଫଳ- ଦୁର୍ଗା ମା ଙ୍କ କୃପାରୁ ଏହି ୩ଟି ରାଶିର ସବୁ କାମ ସଫଳ ହେବ

୧-ମେଷ

କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ । ସନ୍ତାନ ଯୋଗେ ଖୁସି ରହିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୨-ବୃଷ

ଭାଇ ବନ୍ଧୁମାନେ କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରି ପାରନ୍ତି । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ମହିଳାମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୪-କର୍କଟ

ବ୍ୟବସାୟରେ ପ୍ରଚୁର ଲାଭହେବ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ଭାଗିଦାରୀ ମାନଙ୍କ ଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପ୍ରତିଯୋଗିତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୭-ତୁଳା

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନରେ ଆଗ୍ରହ ବଢିବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୮-ବିଚ୍ଛା

ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ଦ୍ଵାରା ବହୁବିଧ ସୁଯୋଗ ଜୁଟିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୯-ଧନୁ

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

୧୦-ମକର

ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆକସ୍ମିକ ଧନ ପ୍ରାପ୍ତି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୧-କୁମ୍ଭ

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ଆଗକୁ ବଢି ପାରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର– ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୨-ମୀନ

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ପ୍ରତିଦ୍ୱିନ୍ଦିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନଙ୍କର ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭହୋଇ ପାରେ । ପରି ବାରରେ ମନୋମାଳିନ୍ୟ ମେଣ୍ଟିଯିବ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *