22 ମେ 2021 ଶନିବାର, ଆଜିର ରାଶିଫଳ- ଶନିଦେବଙ୍କ ଅସୀମ କୃପା ବରଷିବ ଏହି ୩ଟି ରାଶି ଉପରେ

୧-ମେଷ

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ଆତ୍ମକେନ୍ଦ୍ରିତ ହୋଇଯିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୨-ବୃଷ

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଭାଇମାନଙ୍କ ଠାରୁ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

୩-ମିଥୁନ

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

୪-କର୍କଟ

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

୫-ସିଂହ

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

୬-କନ୍ୟା

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂତନ ସମ୍ପତି କ୍ରୟ କରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ । ପ୍ରତିକାର:- ରୁଟି ଦୁଇପଟ ଗାଈକୁ ଖାଇବାକୁ ଦେବେ ।

୭-ତୁଳା

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

୯-ଧନୁ

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

୧୦-ମକର

ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।

୧୧-କୁମ୍ଭ

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୧୨-ମୀନ

ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବ୍ୟବସାୟରେ ସ୍ଵାର୍ଥପରତା ଓ ଆଳସ୍ୟଭାବ ଯୋଗେ କଳଙ୍କିତ ହେବେ । ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । କାମ-କାର୍ଯ୍ୟର ଦାୟିତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଶୁଭ ବା ମଙ୍ଗଳ କାମ କରିପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Leave a Reply

Your email address will not be published. Required fields are marked *