13 ଅକ୍ଟୋବର 2020 ମଙ୍ଗଳବାର, ଆଜିର ରାଶିଫଳ- ମା ମଙ୍ଗଳାଙ୍କ କୃପାରୁ ଏହି ୫ଟି ରାଶି ର ହେବ ଭାଗ୍ୟ ପରିବର୍ତନ

ମେଷ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ଓ ଦ୍ଵିଗୁଣା ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ । କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ ଓ ସହଯୋଗରେ ଆଗକୁ ବଢିପାରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ  ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରେମ-ପ୍ରସଙ୍ଗରେ ଉନ୍ନତି ବା ଅବସର ମିଳିପାରେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ଘରୋଇ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳା ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଜିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Leave a Reply

Your email address will not be published. Required fields are marked *