15 ଅକ୍ଟୋବର 2020 ଗୁରୁବାର, ଆଜିର ରାଶିଫଳ- ଏହି 5ଟି ରାଶି ଉପରେ ମା ଲକ୍ଷ୍ମୀ ହେଲେ ପ୍ରସନ୍ନ ବରଷିବ ଖୁସି

ମେଷ:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ବୃଷ:-

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ ।  ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ ।

ମିଥୁନ:-

ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ । ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ । ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ । ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବିଦ୍ୟାର୍ଥୀମାନେ ସଂଘର୍ଷରତ ହେବେ । ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ।

ସିଂହ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ ।

କନ୍ୟା:-

ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ ।

ତୁଳା:-

ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ଛାତ୍ର ଛାତ୍ରୀ ମାନେ ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ସୁଖ ସମ୍ପଦ ପ୍ରାପ୍ତି ଓ ବ୍ରତ, ଉପାସନାରେ ବ୍ରତୀ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ ।

ବିଛା:-

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଘରୋଇ କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ ।

ଧନୁ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରୀଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର:- ଗ୍ରାମ ଦେବତୀଙ୍କୁ  ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ ।

ମକର:-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ ।

କୁମ୍ଭ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ମୀନ:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ । ସବୁଦିନ ରାଶିଫଳ ଜାଣିବା ପାଇଁ ପେଜକୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *