ମେଷ:-
କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଯୁବକ ଯୁବତୀମାନେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । କୃଷିଜିବୀମାନେ ଉତ୍ସାହିତ ହେବେ । ପ୍ରତିକାର- ଅସହାୟଙ୍କର ସେବା କରନ୍ତୁ ।
ବୃଷ:-
ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-
ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ସମାଧାନ ହୋଇ ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଦ୍ରବ୍ୟାଦି ଲାଭ ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
ସିଂହ:-
କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନେଇ ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ୱାସୀ ମନେ କରିବେ । ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।
କନ୍ୟା:-
ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳା ମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା:-
ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-
ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କର୍ମକ୍ଷେତ୍ରରେ ଅଶାନ୍ତିର ଝଡ ଶାନ୍ତ ହେବା ଫଳରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ହେବାସହ ନୂତନ କର୍ମ ପ୍ରାପ୍ତି ହୋଇପାରେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
ଧନୁ:-
ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମକର:-
ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ମହିଳା ମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଗୃହବାହାନ ପ୍ରାପ୍ତି ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ମହିଳାମାମାନେ ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।