28 ଅକ୍ଟୋବର 2020 ବୁଧବାର, ଆଜିର ରାଶିଫଳ- ଆଜିଠାରୁ ମା ଦୁର୍ଗା ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବୃଷ :-

ଦୂରଯାତ୍ରାର ସୁଯୋଗ ପାଇବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରି ରାଜନୀତିରେ କୃତକାର୍ଯ୍ୟ ହେବେ ।  ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବିଚ୍ଛା:-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।  ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ ।

Leave a Reply

Your email address will not be published. Required fields are marked *